ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ କରିଛନ୍ତି । ଏହି ପଦକ୍ଷେପଗୁଡ଼ିକ ବିଭିନ୍ନ ଅଞ୍ଚଳରେ ବିଶେଷ ଭାବେ ଓଡିଶା, ଜାମ୍ମୁ କାଶ୍ମୀର ଏବଂ ତେଲେଙ୍ଗାନାରେ ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି ।ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପୂର୍ବତଟ ରେଳପଥର ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପର ନିର୍ମାଣ ପାଇଁ ଆନୁମାନିକ ୧୦୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ଯାହା ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମୁକାଶ୍ମୀର ସହ ଏହାର ଆଖପାଖ ଅଞ୍ଚଳରେ ରେଳ ଭିତ୍ତିଭୂମିରେ ଉନ୍ନତି ଆଣିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ନିର୍ମାଣ କାର୍ଯ୍ୟ ନୂତନ ରେଳମଣ୍ଡଳ କାର୍ଯ୍ୟାଳୟ ଭବନ ସହ ବିଭାଗୀୟ ନିୟନ୍ତ୍ରଣ କାର୍ଯ୍ୟାଳୟ, ଅଧିକାରୀ ଏବଂ କର୍ମଚାରୀଙ୍କ ରହିବା ପାଇଁ ଆଧୁନିକ ଆବାସ ସୁବିଧା ଯୋଗାଇବ । ରାୟଗଡା ରେଳ ମଣ୍ଡଳର କାର୍ଯ୍ୟାଳୟ ଭବନ ପ୍ରତିଷ୍ଠା ଦକ୍ଷିଣ ଓଡିଶାର ଆଦିବାସୀ ବହୁଳ ଅଞ୍ଚଳରେ ଅର୍ଥନୈତିକ ଅଭିବୃଦ୍ଧି, ସ୍ଥାନୀୟ ଶିଳ୍ପ ସହିତ ଯୋଗାଯୋଗ ବୃଦ୍ଧି ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏହି ପ୍ରକଳ୍ପଟି ସ୍ଥାନୀୟ ଅଞ୍ଚଳର ବିକାଶକୁ ସକରାତ୍ମକ ଭାବରେ ପ୍ରଭାବିତ କରିବ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର କମ୍ଭମପତି ହରି ବାବୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦାନ କରିଥିବାବେଳେ ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ରାୟଗଡା ରେଳ ମଣ୍ଡଳର କାର୍ଯ୍ୟାଳୟ ଭବନ ଶିଳାନ୍ୟାସ, ଜାମ୍ମୁ ରେଳ ମଣ୍ଡଳ ଏବଂ ଚର୍ଲାପଲ୍ଲୀ ଟର୍ମିନାଲ ଷ୍ଟେସନର ଉଦଘାଟନକୁ ତଦାରଖ କରିବା ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ଥିଲେ । ଏହି ରେଳ ପ୍ରକଳ୍ପଗୁଡିକ ଆଞ୍ଚଳିକ ଅର୍ଥନୈତିକ ବିକାଶ, ପର୍ଯ୍ୟଟନ ଏବଂ ଭିତ୍ତିଭୂମି ବୃଦ୍ଧିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ଏବଂ ଦେଶର ସାମଗ୍ରିକ ଅଭିବୃଦ୍ଧିରେ ଏକ ପ୍ରମୁଖ ଅବଦାନ ପ୍ରଦାନ କରିବ ବୋଲି ଆଶା କରାଯାଉଛି । Post navigation ଯେକୌଣସି ସ୍ବାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ: ଓଡ଼ିଶା ସରକାର ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ବିଜେପିର ଆହ୍ୱାନ