ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି କିଛି ଦିନ ତଳେ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ଆସିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଆସିବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ତାରିଖ ଧାର୍ଯ୍ୟ ହେଲେ ଗସ୍ତ ବିବରଣୀ ଜଣାପଡିବ ।

Leave a Reply

Your email address will not be published. Required fields are marked *