ଆସନ୍ତା ମାର୍ଚ୍ଚ ୫ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଏବଂ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ। ମୋଦୀ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ।ତାପରେ ଏକ ହେଲିକପ୍ଟରରେ ଚଣ୍ଡିଖୋଲକୁ ଯିବେ।

ପିଏମ ମୋଦୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ସୂଚନା ମିଳିଛି। ସେ ଭୁବନେଶ୍ୱରକୁ ଫେରିବେ ଏବଂ ସନ୍ଧ୍ୟାରେ ଦିଲ୍ଲୀ ଫେରିବାର ବ୍ୟବସ୍ଥା ରହିଛି।

ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ କର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କାର୍ଯ୍ୟକ୍ରମ ସ୍ଥିର ହେବ ପରେ ବଡ଼ଚଣା ନିର୍ବାଚନ ମଣ୍ଡଳୀର ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ପ୍ରସ୍ତୁତି ଆରମ୍ଭ ହେଇଛି। ଏନେଇ ବିଜେପି ଶିବିରରେ ଉତ୍ସାହ ଦେଖାଦେଇଥିବା ବେଳେ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥ ସହ ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପଡ଼ିଆରେ ଅନୁଷ୍ଠିତ ସାଧାରଣ ସଭାରେ ଉଦବୋଧନ ଦେବା ନେଇ ସୂଚନା ରହିଛି। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *