ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପାଇଁ ସେପ୍ଟେମ୍ବର ୧୭ ତାରିଖ ଦିନ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ସୁଭଦ୍ରା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।

ସୂଚନା ଅନୁଯାୟୀ ଅହମ୍ମଦାବାଦରୁ ସକାଳ ୯.୧୫ରୁ ବାହାରି ସକାଳ ୧୧ଟା ୨୫ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ କଡ଼ା ସୁରକ୍ଷା ମଧ୍ୟରେ ସକାଳ ୧୧.୫୫ ସୁଦ୍ଧା ଜନତା ମଇଦାନକୁ ଯିବେ। ଜନତା ମଇଦାନରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଏହାପରେ ୧ ଟା ୨୫ ରେ ଭୁବନେଶ୍ବର ବିମାନବନ୍ଦରରୁ ବାହାରି ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀରେ ପହଞ୍ଚିବାର ସୂଚନା ରହିଛି।

Leave a Reply

Your email address will not be published. Required fields are marked *