PM Modi to lay foundation stone of Rayagada railway division on Jan 6

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୬ ତାରିଖରେ ରାୟଗଡ଼ା ନୂଆ ରେଳ ଡିଭିଜନ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ ।

ନୂଆ ରେଳ ଡିଭିଜନର ଶିଳାନ୍ୟାସ କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦାନ କରିବେ ।

ଡିଭିଜନର ମୁଖ୍ୟାଳୟ ରାୟଗଡ଼ା ଠାରେ ରହିବ । ରେଳ ମଣ୍ଡଳ ପ୍ରତିଷ୍ଠା ଦ୍ୱାରା ଏହି ଅଞ୍ଚଳରେ ରେଳପରିଚାଳନା କାର୍ଯ୍ୟର ଦକ୍ଷତା ବୃଦ୍ଧି ପାଇବ ଓ ଦକ୍ଷିଣ ଓଡିଶାର ଆଦିବାସୀ ଅଞ୍ଚଳରେ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏହି ପ୍ରକଳ୍ପ ସହାୟକ ହେବ ।

By Nirvay

Leave a Reply

Your email address will not be published. Required fields are marked *