ଭୁବନେଶ୍ୱର: ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି ।ଫେବ୍ରୁଆରୀ ୨୮ ତାରିଖ ପାଖାପାଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପାରନ୍ତି । ପ୍ରଥମେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପରେ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ଖୁବ୍‌ଶୀଘ୍ର ଏନେଇ ଚୂଡାନ୍ତ ତାରିଖ ଧାର୍ଯ୍ୟ କରାଯିବ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *