ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍ କରିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱରରେ ବିଶାଳ ରୋଡ ସୋ କରିବା ସହ ଏକାମ୍ର, ଉତ୍ତର ଓ ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀଙ୍କ ପାଇଁ ରାଲି କରିବେ ମୋଦି । ସେହିପରି ୧୧ ତାରିଖରେ ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି ।

ସେହିପରି ପୂର୍ବ ସୂଚନା ମୁତାବକ ଆସନ୍ତାକାଲି ଅର୍ଥାତ୍ ୫ ତାରିଖ ରାତିରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାତି ୯ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଦିଆଯିବ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା । ହଜାର ହଜାର ସଂଖ୍ୟାରେ ଲୋକ ବିମାନ ବନ୍ଦର ବାହାରେ ମୋଦିଙ୍କୁ ସ୍ବାଗତ କରିବେ । ରାଜଭବନରେ ରାତିରେ ରହିବେ ପ୍ରଧାନମନ୍ତ୍ରୀ ମୋଦି ।

୬ତାରିଖ ସକାଳୁ ବ୍ରହ୍ମପୁର ଅଭିମୁଖେ ବାହାରି ଯିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ । ତା’ପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଉଦବୋଧନକୁ ଅପେକ୍ଷା କରିଛନ୍ତି ଓଡ଼ିଶାବାସୀ । ଓଡ଼ିଆ ଅସ୍ମିତା, ଭାଷା, ସାହିତ୍ୟ ଓ ସଂସ୍କୃତି ବିପଦରେ ପଡ଼ିଥିବା କଥା ମୋଦି କହି ସାରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ସରଗରମ ହେଲାଣି ରାଜ୍ୟ ରାଜନୀତି ।

Leave a Reply

Your email address will not be published. Required fields are marked *