ଭୁବନେଶ୍ୱର; ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜି ରାତି ସାଢ଼େ ୯ଟାରେ ଓଡ଼ିଶାରେ ପହଞ୍ଚିିବେ । ଭୁବନେଶ୍ୱରରେ ପହଞ୍ଚିିବା ପରେ ରାଜଭବନରେ ରାତ୍ରିଯାପନ କରିବେ । ଏହାପରେ ପୁଣି ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୦ ଓ ୧୧ ତାରିଖରେ ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।
ଏହାପୂର୍ବରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କାରକେଡ ରିହରସେଲ ଶେଷ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଦୁଇ ଦିନିଆ ଗସ୍ତକୁ ଦୃଷ୍ଟିରେ ରଖି ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଲାଗି ଶନିବାର କମିସନରେଟ୍‌ ପୁଲିସ ପକ୍ଷରୁ କାର୍‌କେଡ୍‌ ରିହର୍‌ସାଲ୍‌ କରାଯାଇଥିବାବେଳେ ଆସନ୍ତାକାଲି ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏଥିସହ ୩ ଜଣ ଡିସିପି, ୧୦ଜଣ ଏସିପି, ୧୭ଜଣ ଇନ୍ସପେକ୍ଟର ଓ ୯୦ଜଣ ଏଏସ୍‌ଆଇ/ଏସ୍‌ଆଇଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଛି। ଟ୍ରାଫିକ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ରାସ୍ତାରେ ବ୍ୟାରିକେଡ୍‌ କରାଯାଇ ଗମନାଗମନକୁ ନିୟନ୍ତ୍ରଣ କରାଯିବ। ବିମାନବନ୍ଦରରେ ସିଆଇଏସ୍‌ଏଫ୍‌ ସହ ପୁଲିସ ମୁତୟନ ରହିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ନୋ ଡ୍ରୋନ୍‌ ଫ୍ଲାଇଂ ଜୋନ୍‌ କରାଯିବ। ଏନେଇ ଏସ୍‌ପିଜି ସହ ବିସ୍ତୃତ ଭାବେ ଆଲୋଚନା କରାଯାଇଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
ଭୁବନେଶ୍ୱରରେ ରାତି ବିତାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସକାଳେ ବ୍ରହ୍ମପୁରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଏହାପରେ ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଦବୋଧନ ଦେବେ। ଏହାର ୩ ଦିନ ପରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ୧୦ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ସୋ କରିବା ନେଇ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାରଣରୁ ଏବେ ଦଳୀୟ କର୍ମୀ ବେଶ ଉତ୍ସାହିତ ଅଛନ୍ତି।

By SonaliP

Leave a Reply

Your email address will not be published. Required fields are marked *