ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟରେ ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଅପରାହ୍ଣ ୩ଟା ୪୦ ମିନିଟରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ। ଏହା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ ସୋ’ କରିବେ। ଜନତା ମୈଦାନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ସେଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପ୍ରଧାନମନ୍ତ୍ରୀ ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହା ସହ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ସେ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ କାର୍ଡ ବାଣ୍ଟିବେ। ଲକ୍ଷପତି ଦିଦିଙ୍କୁ ଭେଟିବେ, ମୁଖ୍ୟମନ୍ତ୍ରୀ ଅନ୍ତାଦ୍ୟୋୟ ଯୋଜନାରେ ଘର ବାଣ୍ଟିବେ। ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ୧ଲକ୍ଷ ଲୋକଙ୍କ ସମାଗମ ହେବାର ଆଶଙ୍କା କରାଯାଉଛି। ବିମାନବନ୍ଦରଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୧୩୩ ପ୍ଲାଟୁନ ପୋଲିସ ଫୋର୍ସ ରାଜଧାନୀରେ ମୁତୟନ ରହିବେ। ୫ଶହରୁ ଅଧିକ ଅଫିସର ମୁତୟନ ଅଛନ୍ତି । ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ଏବଂ ସ୍ଵତନ୍ତ୍ର ଏଜେନ୍ସୀ ବି ସୁରକ୍ଷା ଦାୟିତ୍ୱରେ ଅଛନ୍ତି । ରୁଫ ଟପ ସୁରକ୍ଷା ବ୍ୟବସ୍ଥା ସହ ସାଧା ପୋଷାକରେ ପୋଲିସ ଅଫିସର ରହିବେ । ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା, ଭିଡ଼ ନିୟନ୍ତ୍ରଣ ଏବଂ ପରିଚାଳନା, ଆତଙ୍କବାଦ କାର୍ଯ୍ୟକଳାପକୁ ଦମନ କରିବା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ପ୍ରଧାନମନ୍ତ୍ରୀଙ୍କ ରୋଡ଼ ସୋ ପାଇଁ ଟ୍ରାଫିକ ଆଡଭାଇଜରୀ ମଧ୍ୟ ଜାରି କରାଯାଇଛି । ଡ୍ରୋନ ଉଡ଼ାଣ ଉପରେ ଲାଗିଛି ରୋକ । କମିଶନରେଟ ପୋଲିସ ରାଜଧାନୀର ୧୨ଟି ସ୍ଥାନରେ ପାର୍କିଂର ବ୍ୟବସ୍ଥା କରିଛି। Post navigation ପରଲୋକରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ