ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର (ଏନ୍‌ଡିଏ) ସଂସଦୀୟ ଦଳ ବୈଠକରେ ଆଜି ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସରକାର ଗଠନ ନେଇ ରାଷ୍ଟ୍ରପତିଙ୍କଠାରେ ଦାବି ଉପସ୍ଥାପନ କରିଥିବା ସୂଚନା ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। ରାଷ୍ଟ୍ରପତି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରିଛନ୍ତି।

Leave a Reply

Your email address will not be published. Required fields are marked *