କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାସହ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ସୂଚନା ଯୋଗ୍ୟ; ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର । ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮-୧୯୯୯ରେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଥିଲେ । ଏହାପରେ ୧୯୯୯-୨୦୦୪ ପର୍ଯ୍ୟନ୍ତ ତ୍ରୟୋଦଶ ଲୋକସଭା ପାଇଁ ଦେବଗଡ଼ ସଂସଦୀୟ କ୍ଷେତ୍ରରୁ ପୁନଃନିର୍ବାଚିତ ସାଂସଦ ହୋଇଥିଲେ। ୧୯୯୯-୨୦୦୧ରେ ସେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ରହିଥିଲେ । ଏହାପରେ ୨୦୦୧-୨୦୦୨ରେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରହିଥିଲେ । Post navigation ଅନାସ୍ଥା ପୂର୍ବରୁ କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ୍.ଲକ୍ଷ୍ମୀଙ୍କ ଇସ୍ତଫା ବ୍ରାଉନସୁଗାର ହବ୍ ପାଲଟିଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ