ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ । ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ବିଜୁ ବାବୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ମନେ ପକାଇଛନ୍ତି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଆଜି ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଁ ତାଙ୍କୁ ଆଗେଇ ନେବା ପାଇଁ ତାଙ୍କ ପ୍ରୟାସକୁ ସ୍ମରଣ କରୁଛି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଶା ବିଧାନସଭା ପରିସରରେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ଏହା ସହ ଭୁବନେଶ୍ବରର ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏବର୍ଷର ଥିମ୍ ରହିଛି ସମୃଦ୍ଧ ଓଡ଼ିଶା ଗଠନରେ ବିଜୁ ବାବୁଙ୍କ ଅବଦାନ । ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସାଙ୍ଗକୁ ରକ୍ତଦାନ ଶିବିର ଅନୁଷ୍ଠିତ ହେଉଛି । ବିଜୁ ବାବୁଙ୍କ ପୁରୀ ନାମ ବିଜୟାନନ୍ଦ ପଟ୍ଟନାୟକ । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ଜନ୍ମ ନେଇଥିଲେ । ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କର ତୃତୀୟ ସନ୍ତାନ ଥିଲେ । ସେ ଏକାଧାରାରେ ଜଣେ ଦକ୍ଷ ରାଜନୀତିଜ୍ଞ, ବିମାନ ଚାଳକ ଏବଂ ଫୁଟବଲ୍ ଖେଳାଳୀ ଥିଲେ । କଟକର ରେଭେନ୍ସା କଲେଜିଏଟ ସ୍କୁଲରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢ଼ିଥିଲେ । ପାଠପଢ଼ା ସହିତ ଖେଳ ପ୍ରତି ତାଙ୍କର ବେଶ୍ ରୁଚି ରହିଥିଲା । ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡ଼ାଣ ଶିକ୍ଷାରେ ଯୋଗଦେଇଥିଲେ । ବିଜୁ ବାବୁ ଜଣେ ଦକ୍ଷ ରାଜନୀତିଜ୍ଞ ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୧୯୪୬ରେ ପ୍ରଥମ ଥର ପାଇଁ ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହା ପରେ ସେ ଏକାଧିକ ବାର ନିର୍ବାଚନ ଜିତିଛନ୍ତି । Post navigation Bihar Politics: ରାଜ୍ୟସଭାର ସଦସ୍ୟ ହେବାକୁ ଚାହୁଁଛି: ନୀତୀଶ କୁମାର Suresh Pujari Stable: ସୁସ୍ଥ ଅଛନ୍ତି ସୁରେଶ ପୂଜାରୀ; ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଗଲେ ଦିଲ୍ଲୀ