ଓଡ଼ିଶାରେ ପିଏମ୍‌ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) କାର୍ଯ୍ୟକାରୀ ହେବ। ସେଥିପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ।। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଓ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ଅନ୍ତର୍ଭୁକ୍ତ ହୋଇଛି। ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ ଶ୍ରୀ ସ୍କୁଲରେ ବିକଶିତ କରାଯିବ। ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି।

By Nirvay

Leave a Reply

Your email address will not be published. Required fields are marked *