ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍ଓୟୁ ସ୍ବାକ୍ଷରିତ ହୋଇଛି। ରାଜ୍ୟରେ ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ଲକ୍ଷ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହୋଇଛି । ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବାର ଏହାର ଲକ୍ଷ୍ୟ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ମଧ୍ୟ ଏହି ଅଭିଯାନ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଉ ମଧ୍ଯ କହିଛନ୍ତି ବିଗତ ଦିନରେ ଶିକ୍ଷାକୁ ରାଜନୀତି ପରିଧିରେ ରଖାଯାଇଥିଲା। ସେହି ସଙ୍କୀର୍ଣ୍ଣ ମନୋଭାବ ହେତୁ ପିଏମ୍ ଉଷା କାର୍ଯ୍ୟକ୍ରମକୁ ଲାଗୁ କରାଯାଇପାରୁ ନଥିଲା। ଆଜି କିନ୍ତୁ ଏହି ରାଜନୀତିକରଣ ମନୋଭାବକୁ ସରକାର ଶିକ୍ଷା କ୍ଷାତ୍ରରୁ ବାହାର କରିଛନ୍ତି। ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ୱାର୍ଥକୁ ରକ୍ଷା କରିବା ଲାଗି ସରକାର ଏହି କାର୍ଯ୍ୟକ୍ରମ କରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ପିଏମ୍- ଉଷା ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଓ ରାଜ୍ୟର ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକର ସ୍ୱୀକୃତି ଏବଂ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ ରହିଛି । ସେ ଆଉ ମଧ୍ୟ କହିଛନ୍ତି ଓଡ଼ିଶାର ପୁଞ୍ଜି ହେଲା ବୌଦ୍ଧିକ କ୍ଷମତା ଏବଂ ମାନବ ସମ୍ବଳ । ଓଡ଼ିଶା ଜନସଂଖ୍ୟାର ଏକ ଚତୁର୍ଥାଂଶ ହେଉଛନ୍ତି ଛାତ୍ରଶକ୍ତି । ବୌଦ୍ଧିକ ଶକ୍ତିର ଅଧିକାରୀ ହେବା ଓଡ଼ିଆ ପିଲାଙ୍କ ଡିଏନଏରେ ଅଛି । ଏକବିଂଶ ଶତାବ୍ଦୀ ଜ୍ଞାନ ଆଧାରିତ ଅର୍ଥନୀତିର ମହାନ ଅବସର ଦେଉଥିବା ବେଳେ ଏହି ସମୟରେ ଓଡ଼ିଶାର ଏହି ୧ କୋଟି ଛାତ୍ରଶକ୍ତିଙ୍କୁ ବୈଶ୍ୱିକ ଦକ୍ଷତା ସହ ଯୋଡିବା ପାଇଁ ହେବ । ରାଜ୍ୟରେ ଶିକ୍ଷା ଭିତ୍ତିଭୂମିକୁ ମଜଭୂତ୍ କରିବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗୀ ହେବେ । ଏକବିଂଶ ଶତାବ୍ଦୀରେ ଓଡ଼ିଶା ଯେପରି ବୈଶ୍ୱିକ ସ୍ତରରେ ନେତୃତ୍ୱ ନେବ, ଏହା ଆମର ସଂକଳ୍ପ । Post navigation ରାଜ୍ୟରେ ଖୋଲିବ ୨୫ଟି ନୂଆ ଅବକାରୀ ଥାନା ଛତୁଆ ଦୁର୍ନୀତି ମାମଲା: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି