ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ କନ୍ଧମାଳ ଯିବେ ପ୍ରଧାନମନ୍ତ୍ରୀ । ସକାଳୁ ପ୍ରଥମେ ଫୁଲବାଣୀ ଅଭିମୁଖେ ବାହାରିବେ । ସକାଳ ପ୍ରାୟ ସାଢ଼େ ୮ଟାରେ ବାୟୁସେନାର ସ୍ବତନ୍ତ୍ର ହେଲିକପଟରରେ ଭୁବନେଶ୍ବର ଏୟାରପୋର୍ଟରୁ ବାହାରି ପ୍ରଥମେ ଫୁଲବାଣୀ ଯିବେ ମୋଦି। ସାଢ଼େ ୧୦ଟାରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ । ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ଜନସଭା ସାରି ସେଠାରୁ ହେଲିକପଟରରେ ବାହାରିବେ ବଲାଙ୍ଗିର ଅଭିମୁଖେ। ବଲାଙ୍ଗିର ଉପକଣ୍ଠ ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ୧୨ଟାରେ ଯୋଗଦେବେ ମୋଦି।

ଏହା ପରେ ବରଗଡ଼ ଜିଲ୍ଲା ଗସ୍ତ କରିବେ ମୋଦୀ । ୧ଟା ୪୫ରେ ବରଗଡ଼ର ବରାହାଗୁଡ଼ା ଟୋଲଗେଟ୍ ନିକଟରେ ଥିବା ବିକାଶ ଭିନଟେଜ୍ ପଡ଼ିଆରେ ବିଶାଳ ଜନସଭାରେ ଉଦବୋଧନ ଦେବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବ୍ୟତୀତ ବହୁ ରାଜ୍ୟସ୍ତରୀୟ ନେତା ଉପସ୍ଥିତ ରହିବେ । ମୋଦିଙ୍କ ବରଗଡ଼ ଗସ୍ତ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବା ସହ ସଭାସ୍ଥଳକୁ ନୋ ପ୍ଲାଇଂ ଜୋନ୍ ଏବଂ ନିକଟ NHରେ ବ୍ୟାରିକେଡିଂ ବ୍ୟବସ୍ଥା କରାଯାଇଛି।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ। ଗତକାଲି ଭୁବନେଶ୍‌ୱରରେ ବିଶାଳ ରୋଡ୍ ସୋ’ ପରେ ଆଜି ମାରାଥନ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି। ତିନୋଟି ଜିଲ୍ଲାରେ ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବଲାଙ୍ଗିରରେ ୨ଶହ ପୁଲିସ ଅଧିକାରୀ, ୩୦୦ ହୋମଗାର୍ଡ ଏବଂ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।

Leave a Reply

Your email address will not be published. Required fields are marked *