ଓଲିଉଡ୍ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଏ ନେଇ ପରିବାର ପକ୍ଷରୁ ଦେଇଛନ୍ତି ସୂଚନା । ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ । ଏକାଧିକ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ହ୍ୟୁମାନ। ଅନେକ ଆଲବମ୍ ଓ ଫିଲ୍ମରେ ଗୀତ ଗାଇଥିଲେ ହ୍ୟୁମାନ । ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା । ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା । ସୂଚନା ଯୋଗ୍ୟ; ଅସୁସ୍ଥ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି। ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି। ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଛି। Post navigation Keonjhar Bandh: କାଲି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ