ଆଜି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । କଟକରେ ରୋଡ ସୋ କରିବେ ଅମିତ୍ ଶାହା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ ହେବାକୁ ଥିବା ସଙ୍କଳ୍ପ ସମାବେଶକୁ ସମ୍ବୋଧିତ କରିବେ । ତେବେ କଟକରେ ସନ୍ଧ୍ୟା ୫ଟାରେ ରୋଡ ସୋ’ କାର୍ଯ୍ୟକ୍ରମ ରହିବି । ସେଥିପାଇଁ ରାଜ୍ୟ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି ।
ସେହିପରି ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକମରେ ଯୋଗଦେବେ ।

ଆଉ ମଧ୍ୟ ଲୋକସଭା ବାଚସ୍ପତି ଓମ ବିର୍ଲା ଆଜି ସକାଳେ ୧୦ଟା ୩୦ରେ ବିଜେପିର କର୍ମକର୍ତା ବୈଠକରେ ଯୋଗଦେବେ । ସନ୍ଧ୍ୟାରେ ସମ୍ବଲପୁରରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବାର ସୂଚନା ମିଳିଛି ।

ସେହିପରି ଆଜି ସମ୍ବଲପୁରରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସମ୍ବଲପୁର ସଂସଦୀୟ କ୍ଷେତ୍ର ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକରେ ବିଶାଳ ଜନସଭା କରିବେ ବିଜେଡି ସୁପ୍ରିମୋ । ସମ୍ବଲପୁରରେ ବବି ଓ ଧର୍ମେନ୍ଦ୍ରଙ୍କ ନିର୍ବାଚନ ଟକ୍କର ଜୋରଦାର ହେଉଛି । ଆଜି ବବିଙ୍କ ପାଇଁ ପ୍ରଚାର ମଙ୍ଗ ଧରିବେ ନବୀନ । ସେପଟେ ରାଉରକେଲାରେ ମଧ୍ୟ ନବୀନଙ୍କର ଆଉଏକ କାର୍ଯ୍ୟକ୍ରମ ରହିଛି ।

ରାଜ୍ୟରେ ନିର୍ବାଚନରେ ଲଢେଇ ଚାଲିଥିବା ବେଳେ କଂଗ୍ରେସ ମଧ୍ୟ ପଛଘୁଞ୍ଚା ଦେଇନାହିଁ । କଂଗ୍ରେସର ମନୋବଳ ବଢ଼ାଇବା ପାଇଁ ରାହୁଲ ଗାନ୍ଧୀ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । କଂଗ୍ରେସ କର୍ମୀଙ୍କ ମନୋବଳ ବଢ଼ାଇବା ପାଇଁ କାଲି ବଲାଙ୍ଗୀରରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ରାହୁଲ ଗାନ୍ଧୀ । ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ରାହୁଲ । ଏହାପରେ ସିଧା ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ୪୫ ମିନିଟ୍ ଧରି ସାଧାରଣ ସଭାରେ ରହିବାର କାର୍ଯ୍ୟକ୍ରମ ରହିଛି । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ଜୋରଦାର ପ୍ରସ୍ତୁତି ଚଳାଇଛି ।

Leave a Reply

Your email address will not be published. Required fields are marked *