ନିର୍ବାଚନ ପୂର୍ବରୁ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିଛି । ବିପିଏଲ୍‌ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ କରିଛନ୍ତି ଓଇଆର୍‌ସି ।

ଯେଉଁ ଉପଭୋକ୍ତା ଇ-ବିଲ୍‌ ନେବେ, ସେମାନଙ୍କ ପାଇଁ ୧୦ ଟଙ୍କା ରିହାତି ଘୋଷଣା କରାଯାଇଛି । ସେହିପରି ଇଭି ଚାର୍ଜିଂ ପାଇଁ ୟୁନିଟ୍‌ ପିଛା ଦର ୫ ଟଙ୍କା ୫୦ରୁ ୫ ଟଙ୍କାକୁ ହ୍ରାସ କରାଯାଇଛି । ପ୍ରି-ପେଡ୍‌ ମିଟର ଥିବା ଉପଭୋକ୍ତାଙ୍କୁ ୪% ରିହାତି ମିଳିବ ବୋଲି ଘୋଷଣା କରାଯାଇଛି।

By Nirvay

Leave a Reply

Your email address will not be published. Required fields are marked *