ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପ୍ରଦୀପ ମାଝୀ । ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ କରାଯାଇଛି । ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି । ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ପାଇଁ ଧାମନାଗୁଡ଼ା ବୈଠକରେ କେନ୍ଦ୍ରୀୟ କମିଟିର ନିଷ୍ପତ୍ତି ହୋଇଛି। ତେବେ ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ ମାଝୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ସୂଚନା ଯୋଗ୍ୟ; ଗତ ୧୨ ତାରିଖ ବୁଧବାର ପ୍ରଦୀପ କୁମାର ମାଝୀ ସାମ୍ବାଦିକା ସୁଶ୍ରୀ ସଙ୍ଗୀତା ସାହୁଙ୍କ ସହ ବିବାହ କରିଛନ୍ତି।  ଗୋଆରେ ଧୁମ୍‌ଧାମ୍‌ରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

 

Leave a Reply

Your email address will not be published. Required fields are marked *