ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍‌ ସ୍ଥାନାନ୍ତର କରାଯାଇଛି। ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଛି । ଏବେ ସେ ଏମକେସିଜି ହସ୍ପିଟାଲରେ ଭର୍ତି ହୋଇଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଚାଲିଛି ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗରେ ଥାନାରେ ଅଟକ ରହିଛନ୍ତି ।

ସୂଚନା ଅନୁଯାୟୀ, ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଭୋଟିଂ ବେଳେ କିଛି କିଛି ସ୍ଥାନରେ ହିଂସା କାଣ୍ଡ ଦେଖିବାକୁ ମିଳିଥିଲା। ଗୋଷାଣୀ ନୂଆଗାଁର ସରକାରୀ ଉକ୍ରଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ । ସେଠାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ମଧ୍ୟ ଉପସ୍ଥିତ ଥିଲେ । ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିବା ଅଭିଯୋଗ ହୋଇଛି । ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ଆହତ ହୋଇଛନ୍ତି।

ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି। ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ଇଭିଏମ ଠିକ ଭାବେ ସିଲ ହୋଇନଥିବା ଅଭିଯୋଗକୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Leave a Reply

Your email address will not be published. Required fields are marked *