ଆଜି ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହିଂସା ଉପୁଜିଥିବାର ଦେଖାଦେଇଛି । ବ୍ରହ୍ମପୁରରେ ଦୁଇ ପ୍ରାର୍ଥୀ ତଥା ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା । ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରହିଛନ୍ତି। ସୂଚନାମୁତାବକ, ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀ ହାତାହାତି, ତୁମୁଳକାଣ୍ଡ। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିବା ସୂଚନା । ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା । ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇଭିଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଶିବଶଙ୍କରଙ୍କୁ ପୁଲିସ ଛାଡ଼ିଦେଉ ବୋଲି ଦାବି କରୁଛନ୍ତି। Post navigation ବୈଜୟନ୍ତଙ୍କ ଚାଲେଞ୍ଜ – ମଞ୍ଚରେ ଜିଲ୍ଲା ଗୁଡିକର ନାଁ କୁହନ୍ତୁ ମୁଖ୍ୟମନ୍ତ୍ରୀ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ଶୃଙ୍ଖଳିତ ଓ ନିରପେକ୍ଷ ରୁହନ୍ତୁ : ବିଜେପି