ଆଜି ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହିଂସା ଉପୁଜିଥିବାର ଦେଖାଦେଇଛି । ବ୍ରହ୍ମପୁରରେ ଦୁଇ ପ୍ରାର୍ଥୀ ତଥା ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା । ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରହିଛନ୍ତି।

ସୂଚନାମୁତାବକ, ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀ ହାତାହାତି, ତୁମୁଳକାଣ୍ଡ। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିବା ସୂଚନା । ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା ।

ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇଭିଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଶିବଶଙ୍କରଙ୍କୁ ପୁଲିସ ଛାଡ଼ିଦେଉ ‌ବୋଲି ଦାବି କରୁଛନ୍ତି।

Leave a Reply

Your email address will not be published. Required fields are marked *