ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହାପରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯାଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।  ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ ରାଷ୍ଟ୍ରପତି।

Leave a Reply

Your email address will not be published. Required fields are marked *