ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ। ସୂଚନା ଯୋଗ୍ୟ; ମାର୍ଚ୍ଚ ୨୪ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତା ୨୪ ତାରିଖ ଦିନ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ଼ର ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ବାହାରି ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋର ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରିବେ। ଏହାପରେ ସ୍ୱତନ୍ତ୍ର ସୁରକ୍ଷା ମଧ୍ୟରେ କାର୍ ଯୋଗେ ନୀଳମାଧବଙ୍କ ଦର୍ଶନ ପାଇଁ ଯିବେ। ଏହାପରେ କାଳିଆପଲ୍ଲୀ ଗ୍ରାମରରେ ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। Post navigation ବ୍ରହ୍ମପୁରରେ ୮ ଯୁବକଙ୍କ ନାରକୀୟ କାଣ୍ଡ: ବାଇକରେ ଆସି ବୁଲା କୁକୁରକୁ ଖଣ୍ଡାରେ ହାଣିବା ଭିଡ଼ିଓ ଭାଇରାଲ୍ ପୁଣି ଦିଲ୍ଲୀରେ ନବୀନ, ପାଣ୍ଡିଆନ; ଖୁବ ଶୀଘ୍ର ଓଡ଼ିଶା ଛାଡ଼ିବେ ଭୈରବ