ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ୧୯୩୬ ମସିହା ଅପ୍ରେଲ୍ ୧ରେ ଓଡିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା । ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡିଶା ଦିବସ ଭାବେ ପାଳନ କରାଯାଏ । ଏହି ପବିତ୍ର ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ସେ କହିଛନ୍ତି ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାବାସୀଙ୍କ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି । ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ମୁଁ ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ ସୋସିଆଲ ମିଡ଼ିଆରେ କହିଛନ୍ତି ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା । Post navigation ୪୧ ଟଙ୍କା ଶସ୍ତା କମିଲା କମର୍ସିଆଲ ଗ୍ୟାସ୍ ଦର ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ