ବିଦାୟ ନେଇଛି ୨୦୨୫ । ଆସିଛି ନୂଆବର୍ଷ ୨୦୨୬ । ନୂତନ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତିି ଯେ ଦେଶ ଓ ବିଦେଶରେ ରହୁଥିବା ଭାରତୀୟଙ୍କୁ ନୂଆବର୍ଷର ଅଭିନନ୍ଦନ ଓ ଶୁଭକାମନା । ସେଇଭଳି ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟ କରି କହିଛନ୍ତି ଯେ, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ଆଶା, ନୂତନ ସଂକଳ୍ପ ଏବଂ ନୂତନ ଆତ୍ମବିଶ୍ୱାସ ଆଣିଦେଉ । ସାରା ଦେଶରେ ନବବର୍ଷ ବେଶ୍ ଧୁମଧାମ୍ ରେ ପାଳନ ହେଉଛି । ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଅନେକ ନେତା ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି । Post navigation Dense Fog Disrupts Flights: ଘନ କୁହୁଡ଼ି ଯୋଗୁଁ ଭୁବନେଶ୍ୱରରେ ବିମାନ ସେବା ବାଧାପ୍ରାପ୍ତ