ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି ।
୭ରୁ ୮ତାରିଖ ଦୁଇ ଦିନ ରାଷ୍ଟ୍ରପତି ପୁରୀରେ ରହିବା ସହ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଏଥିସହ ରଥଯାତ୍ରାରେ ଯୋଗ ଦେଇପାରନ୍ତି। ସେହିପରି ରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରିରେ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ତେବେ ରାଷ୍ଟ୍ରପତି ଓଡ଼ିଶା ଆସିବା ନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ସୂଚନା ମିଳି ନାହିଁ।