ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଛି । ସମ୍ଭାବ୍ୟ ବାତ୍ୟାବେଳେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ସୃଷ୍ଟି ହେବ ଦର୍ଶାଇ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ ରାଷ୍ଟ୍ରପତି ଭବନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସୂଚନା ମିଳିଛି । ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।

ସୂଚନଯୋଗ୍ୟ; ୨୩ରେ ବାତ୍ୟାର ରୂପ ନେବ ଅବପାତ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ପରେ ଏହା ୨୩ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ। ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ତେଣୁ ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କର୍ଯ୍ୟକ୍ରମ ରହିଥିଲା ।

Leave a Reply

Your email address will not be published. Required fields are marked *