ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହିଛନ୍ତି । ଏଥିପାଇଁ ଶ୍ରୀମନ୍ଦିରରେ ସକାଳ ସାଢ଼େ ୮ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଏହା ପରେ ଶ୍ରୀମନ୍ଦିରରେ ମହାପ୍ରଭୂଙ୍କ ଦର୍ଶନ ସାରି ୧୦ ଟା ୫୦ରେ ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ନୌସେନା ଦିବସ ପାଇଁ ପୁରୀର ବ୍ଲୁ ଫ୍ଲାଗ୍ ବେଳାଭୂମି ସଜେଇ ହୋଇଛି। ନୌସେନାମାନଙ୍କର ପରାକ୍ରମ ଦେଖିବ ସାରା ବିଶ୍ଵ। ଆଜି ରାତିରେ ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପାଇଁ ରାଜଧାନୀଠୁ ପୁରୀ ପର୍ଯ୍ୟନ୍ତ ସୁରକ୍ଷାବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୁରୀର ସମସ୍ତ ସ୍କୁଲ ମଧ୍ୟ ବନ୍ଦ କରିଛି ଜିଲ୍ଲାପ୍ରଶାସନ Post navigation ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍ସନ୍ ବୃଦ୍ଧି ପାଇଁ କମିଟି ଗଠନ ବରିଷ୍ଠ ନାଗରିକଙ୍କ ପାଇଁ ଘୋଷଣା ହେଲା ଦେୟମୁକ୍ତ ସ୍ବତନ୍ତ୍ର ସହାୟତା ନମ୍ବର ‘୧୪୫୬୭’