ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି ।

ଆସନ୍ତା ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାପରେ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବା ସହିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ।

Leave a Reply

Your email address will not be published. Required fields are marked *