ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜୟ ଘାଟରେ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ, ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ସମେତ ଅନେକ ନେତା ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସ୍ମରଣ କରି ଲେଖିଛନ୍ତି ଯେ, ଜନସେବା ଏବଂ ରାଷ୍ଟ୍ର ସେବାରେ ଉତ୍ସର୍ଗୀକୃତ ତାଙ୍କର ଜୀବନ ସର୍ବଦା ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସା ହୋଇ ରହିବ । ଅଟଳ ବିହାରୀ ବାଜପେୟୀ ତିନିଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ । ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାଜୀ ଦେଶାଇଙ୍କ କ୍ୟାବିନେଟରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । Post navigation Merry Christmas: ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚରେ ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି