ଆଜିଠୁ ଆରମ୍ଭ ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ। ଆଜି ହେଉଛି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ଆଜି ଏହି ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ ରଜ ପାଳନ କରନ୍ତି।’ ‘କୃଷି ଭିତ୍ତିକ ରଜ ପର୍ବରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି’ ।

ସେହିପରି ଏକ୍ସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ରଜପର୍ବ ଓଡ଼ିଆ ସଂସ୍କୃତିର ଏକ ଅନନ୍ୟ ଉତ୍ସବ। ଆଜି ପହଲି ରଜରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରେ ଓ ରାଜ୍ଯ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।

ଅନ୍ୟପଟେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏକ୍ସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ରଜ’ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ି ହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା।

Leave a Reply

Your email address will not be published. Required fields are marked *