ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ଏହି ଅବସରରେ ଆଜି ନୂଆଦିଲ୍ଲୀ ରାଜଘାଟ ସ୍ଥିତ ବାପୁଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଚନ୍ତି ରାଷ୍ଟ୍ରପତି, ଉପ-ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀ ଓ ସାଂସଦ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଦୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍ ଅଫ ଡିଫେନ୍ସ ଷ୍ଟାଫ(ସିଡିଏସ) ଏବଂ ତିନି ସେନାର ମୁଖ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସ’ରେ ଲେଖିଛନ୍ତି, ବାପୁଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ଆଦର୍ଶ ଆମକୁ ଏକ ବିକଶିତ ଭାରତ ଗଢ଼ିତୋଳିବାରେ ପ୍ରେରଣା ଦେଉଛି। ଦେଶ ପାଇଁ ଜୀବନ ବଳି ଦେଇଥିବା ସମସ୍ତ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଏବଂ ସେମାନଙ୍କ ସେବା ଓ ତ୍ୟାଗର ସ୍ମୃତିଚାରଣ କରୁଛି Post navigation ମହାକୁମ୍ଭରେ ସମ୍ପୂର୍ଣ୍ଣ ବନ୍ଦ ହେଲା ଗାଡ଼ି ଚଳାଚଳ ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍