ଆଜି ପୁରୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ’ । ଆଜି ସକାଳୁ ରାଜଭବନରୁ ପୁରୀ ଅଭିମୁଖେ ବାହାରି ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ଅବତରଣ କରିଛନ୍ତି। ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ଏଣୁ ଦ୍ୱାରଫିଟାଠାରୁ ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ସକାଳ ସାଢ଼େ ୮ଟାରେ ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଏସପି ପିନାକ ମିଶ୍ର କହିଛନ୍ତି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ ।

ଗତକାଲିା ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ଛାତ ଉପରେ ସଶସ୍ତ୍ର ପୁଲିସ ଜଗିଛନ୍ତି । ଡ୍ରୋନ୍ ଉଡ଼ିବା ଉପରେ କଟକଣା ରହିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ ସକାଳ ୮ଟାରେ ପ୍ରଧାନମନ୍ତ୍ରୀ ମୋଦି ବିଶାଳ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ ।

Leave a Reply

Your email address will not be published. Required fields are marked *