ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବା ପାଇଁ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ଜୁନ୍ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି। ସୂଚନା ଯୋଗ୍ୟ; ଜୁନ୍ ୧୨ରେ ମୋହନ ସରକାରଙ୍କୁ ବର୍ଷେ ପୂରିବ। ଏନେଇ ଜନତା ମଇଦାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ସମାରୋହ ଚାଲିବ। ସରକାରଙ୍କ ୩୬୫ ଦିନ ପୂରଣକୁ ସ୍ମରଣୀୟ କରିବା ପାଇଁ ୩୬୫ଟି ପ୍ରକଳ୍ପର ଶିଳାନ୍ୟାସ କରାଯିବ । ସେଦିନର କାର୍ଯ୍ୟକ୍ରମରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ୍ ଶାହ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି । Post navigation ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ଅଟକ ରଖିଲା ପୋଲିସ୍ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣା; କୋରାପୁଟରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ