ଭୁବନେଶ୍ବର: ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାଵର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି। ସନ୍ଧ୍ୟା ୫ଟା ୨୫ରେ ଆରମ୍ଭ ହୋଇଥିଲା କାର୍ଯ୍ୟକ୍ରମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। କୁଳଧିପତି ତଥା ରାଜ୍ୟପାଳ ରଘୁବର ଦାସ ଏହି କାର୍ଯ୍ୟକ୍ରମରେ ଅଧକ୍ଷତା କରିଥିଲେ। ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲି। ଏହି କାର୍ଯ୍ୟକ୍ରମ ୬ଟା ୨୫ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବସରରେ୧୬୬ ଜଣ ପିଏଚଡି ପାଇଛନ୍ତି ଏବଂ ୯୫ ସ୍ବର୍ଣ୍ଣ ପଦକ ଏବଂ ୬ ଜଣଙ୍କୁ ଏଣ୍ଡୋମେଣ୍ଟ ଭାବେ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଛି।

ଏଥର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର, ଆଇଏମଡ଼ି ଡ଼ିଜି ମୃତ୍ୟୁଞ୍ଜୟ ମହାପାତ୍ର ଓ ହିଣ୍ଡାଲକୋର ପରିଚାଳନା ନିର୍ଦେଶକ ସତୀଶଙ୍କୁ ସମ୍ମାନସୂଚକ ଡ଼କ୍ଟରେଟ ଉପାଧିରେ ସମ୍ମାନିତ କରାଯାଇଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *