କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି । ଷଡ଼ଙ୍ଗୀ କହିଛନ୍ତି ଯେ, ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଜୟସ୍ୱାଲ ଓଡ଼ିଶା ଗସ୍ତ କରିବେ ବୋଲି ସୂଚନା ପ୍ରାପ୍ତ ହୋଇଛି । ସୂଚନାଯୋଗ୍ୟ, ପ୍ରତି ୩ ବର୍ଷରେ ଥରେ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ବିଗତ ନିର୍ବାଚନ ପରି ଚଳିତ “ସାଙ୍ଗଠନିକ ନିର୍ବାଚନ ୨୦୨୪” ସ୍ଥାନୀୟ ସ୍ତରରୁ ଆରମ୍ଭ ହୋଇ ରାଷ୍ଟ୍ରୀୟ ସଭାପତିଙ୍କ ନିର୍ବାଚନରେ ଶେଷ ହେବ । ଏଥିମଧ୍ୟରେ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । Post navigation ରଥଯାତ୍ରାକୁ ନେଇ ମିଛ ପ୍ରଚାର କରୁଥିବା ବ୍ୟକ୍ତିମାନଙ୍କୁ ମହାପ୍ରଭୁ ସଦ୍ବୁଦ୍ଧି ଦିଅନ୍ତୁ: ଅନୀଲ ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ