Public darshan to remain suspended for 5 hours for Banakalagi ritual at Puri Srimandir
ଆସନ୍ତାକାଲି ୫ ଘଣ୍ଟା ପାଇଁ ସ୍ଥଗିତ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
 
ଆସନ୍ତାକାଲି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।
ଗୁପ୍ତ ନୀତି ସମୟରେ ପାର୍ଶ୍ୱ ଦେବା ଦେବୀଙ୍କ ଦର୍ଶନ କରିବାର ସୁଯୋଗ ମିଳିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ ।
 
ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ। ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।

By Nirvay

Leave a Reply

Your email address will not be published. Required fields are marked *