୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍ ୨୦ରୁ ଜୁଲାଇ ୫ ମଧ୍ୟରେ ମତାମତ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ଦେଇଛନ୍ତି ।

ଓ୍ବେବ୍‌-ପୋର୍ଟାଲ https://budget.odisha.gov.in/ରେ ଉପଲବ୍ଧ।

ଏହି ପରାମର୍ଶଗୁଡ଼ିକ ଇ-ମେଲ୍‌ ଦ୍ୱାରା odisha.budget@gov.in ଠିକଣାରେ ପଠାଇ ପାରିବେ।

ସେହିପରି, ବଜେଟ୍‌ ସମ୍ବନ୍ଧୀୟ ମତାମତ ହ୍ବାଟ୍ସଆପ୍‌ ମାଧ୍ୟମରେ (+୯୧)୯୪୩୮୧୬୧୧୧୧ ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@FinanceOdisha) ଓ Instagram (@fdodisha) ଦ୍ୱାରା ମଧ୍ୟ ପଠାଇ ପାରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନର ସରକାର ଲୋକଙ୍କ ସରକାର। ତେଣୁ ବଜେଟ୍‌ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ ଅଟେ। ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧିବାଚକ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀଙ୍କୁ ଅନୁରୋଧ କରାଯାଉଛି ଯେ, ଏହି ସ୍ବତନ୍ତ୍ର ବ୍ୟବସ୍ଥାକୁ ବ୍ୟବହାର କରି ରାଜ୍ୟ ସରକାରଙ୍କର ବଜେଟ୍‌ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବେ ।

Leave a Reply

Your email address will not be published. Required fields are marked *