pucca-house-under-Antyodaya Gruha Yojana in odisha

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନ୍ତୋଦୟ ଗୃହ ଯୋଜନାର ନିୟମକୁ କୋହଳ କରିବା ସହ ଆଗାମୀ ୩ବର୍ଷରେ ୨.୨୫ଲକ୍ଷ ପକ୍କାଘର ଆବଣ୍ଟନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ ।

ଏହି ଯୋଜନାରେ ୭୫୫୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ ।

ଏହି ଯୋଜନାରେ ହିତାଧିକାରୀ, (ଶୌଚାଳୟର ଅଞ୍ଚଳକୁ ହିସାବକୁ ନ ନେଇ) ୨୫ ବର୍ଗ ମିଟର ପରିଧି ବିଶିଷ୍ଟ ପକ୍କା ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପାଇପାରିବେ ।

ଅନ୍ତୋଦୟ ଗୃହ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ), ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ (PM-JANMAN) ଓ ଅନ୍ୟାନ୍ୟ ସରକାରୀ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ହିତାଧିକାରୀ, ଯେଉଁମାନେ ପ୍ରଥମ କିସ୍ତି ପାଇବାର ୪ ମାସ ଓ ୬ ମାସ ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରୁଛନ୍ତି, ସେମାନଙ୍କୁ ଯଥାକ୍ରମେ ୨୦ ହଜାର ଟଙ୍କା ଏବଂ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଛି ।

ପରିବାରର ସଂଜ୍ଞାକୁ ମଧ୍ୟ ସରଳୀକରଣ କରାଯାଇ ଯୋଜନାରେ ପରିବାରର ସୃଷ୍ଟି ହୋଇଥିବା ନୂଆ ପରିବାର ମାନେ ଯୋଜନାରେ ଉପକୃତ ହୋଇ ପାରିବେ ।

By Nirvay

Leave a Reply

Your email address will not be published. Required fields are marked *