ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇବା ସହ ରଥଯାତ୍ରାକୁ ଆମନ୍ତ୍ରଣ କରିଥିଲେ । ଜୁନ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ପଟ୍ଟନାୟକ ସେବାୟତ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ସାଂସଦ ଶୁଭାଶୀଷ ଖୁଣ୍ଟିଆ ଉପସ୍ଥିତ ଥିଲେ । ସର୍ବଶ୍ରୀ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । Post navigation ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା; ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ