ପୁରୀ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଅଭିଯୋଗ ଘଟଣାରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କୁ ତଦନ୍ତ ଲାଗି ନିର୍ଦ୍ଦେଶ ଦିଆଯାଇଛି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପୁରୀ ରାଜଭବନରେ କଣ ଘଟିଥିଲା, ତାହା ଉପରେ ତଦନ୍ତ କରି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ସହିତ ୧୫ ଦିନ ଭିତରେ ରିପୋର୍ଟ ଦେବାପରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ମୁତାବକ, ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ସମୟରେ ରାଜ୍ୟପାଳଙ୍କ ପୁଅ ଜଣେ ଏଏସଓଙ୍କୁ ମାଡ ମାରିବା ନେଇ ଅଭିଯୋଗ ହେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା। ଏହାରି ଭିତରେ ସମ୍ପୃକ୍ତ ଏଏସଓଙ୍କୁ ବଦଳି ମଧ୍ୟ କରିଦିଆଯାଇଥିଲା ପରେ ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ବିଧାନସଭା ବଜେଟ୍ ଅଧିବେଶନରେ ମଧ୍ୟ ଏହି ପ୍ରସଙ୍ଗ ତାତି ଦେଖିବାକୁ ମିଳିଥିଲା । ବିରୋଧୀ ମାନେ ଏହି ଘଟଣାକୁ କେନ୍ଦ୍ର କରି କକ୍ଷତ୍ୟାଗ କରିଥିଲେ । Post navigation ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ହୋଇଛି ଅପମାନ: ବିଜେଡି