ଆରମ୍ଭ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ କଲା ପ୍ରତ୍ନତତ୍ତ୍ବ ବିଭାଗ । ଏଏସ୍ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକଙ୍କ ଅଧ୍ୟକ୍ଷତାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ଏଏସଆଇର ସ୍ବତନ୍ତ୍ର ଟିମ୍ ଦ୍ବିତୀୟ ଭୋଗମଣ୍ଡପ ପରେ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ଭିତର ଓ ବାହାର ରତ୍ନଭଣ୍ଡାର ସଫା ଓ ଭାରାବନ୍ଧା କାମ ହୋଇଛି । ଏଥିରେ ରତ୍ନଭଣ୍ଡାର କମିଟି ସଦସ୍ୟ, ASI ଅଧିକାରୀ, ବୈଷୟିକ ଟିମ୍ ସାମିଲ ହୋଇଛନ୍ତି । ଦୁଇ ତିନି ଦିନ ଭିତରେ ଲୁହା ଭାରା ବନ୍ଧା କାମ ସରିବା ପରେ ଚୁନ ଛଡ଼ା କାମ ଆରମ୍ଭ ହେବ। ଏଥିପାଇଁ ୧୫ ଜଣ କର୍ମଚାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ନିୟୋଜିତ କରାଯାଇଛି । ଏହାପରେ ଆବଶ୍ୟକ ମରାମତି କରାଯିବ। ଛାତ ଓ କାନ୍ଥର ପଥର ଯୋଡ଼େଇ, ପଥର ପରିବର୍ତ୍ତନ ଓ ବିମ୍ ପରିବର୍ତ୍ତନ କାମ ହେବ। ରତ୍ନଭଣ୍ଡାର ଭିତର ପାର୍ଶ୍ବ ମରାମତି କାମ ଶେଷ ପରେ ବାହାର ପାର୍ଶ୍ବ ମରାମତି କାମ ଆରମ୍ଭ ହେବ। ତିନି ମାସ ଭିତରେ ମରାମତି କାମ ସାରିବାକୁ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ଲକ୍ଷ୍ୟ ରଖିଛି। Post navigation ଶିମିଳିପାଳରେ ନାହାଁନ୍ତି ମହାରାଷ୍ଟ୍ରରୁ ଆସିଥିବା ଦୁଇ ବାଘୁଣୀ ବାଂଲାଦେଶୀ ହିନ୍ଦୁ ଓ ଖ୍ରୀଷ୍ଟିଆନଙ୍କ ସମର୍ଥନରେ ପ୍ରିୟଙ୍କା ଗାନ୍ଧୀ