ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ପରେ ଦର୍ଶନ ବନ୍ଦ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମାଘ କୃଷ୍ଣ ଚତୁର୍ଥୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବ । ଏହାପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। Post navigation Banaka Lagi Ritual: ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି; ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ Odisha Cold Wave: ଭୁବନେଶ୍ୱରରେ ୭ ଡିଗ୍ରୀ ତଳକୁ ଖସିଲା ପାରଦ