ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ ୯ ତାରିଖରେ ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ ବୋଲି କୁହାଯାଉଥିଲା । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାର ବିଫଳତାକୁ ନେଇ ସମାବେଶ କରିବ କଂଗ୍ରେସ । ଭୁବନେଶ୍ୱରସ୍ଥିତ ବରମୁଣ୍ଡା ପଡ଼ିଆରେ, କଂଗ୍ରେସ ତରଫରୁ ହେବାକୁ ଯାଉଛି ଏହି ବଡ଼ ସମାବେଶ । ଯେଉଁଥିରେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ସାମିଲ ହେବେ । Post navigation ମାଆ ହେବ ବାଘୁଣୀ ଜିନତ୍ ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ