ଭୁବନେଶ୍ବର: ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ସାଂସଦ ରାହୁଲ ଗାନ୍ଧୀ। ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରାଯିବ। ୩ଟି ସାଙ୍ଗଠନିକ ଜିଲ୍ଳାରେ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା , ସୁନ୍ଦରଗଡ ଏବଂ ଝାରସୁଗୁଡାରେ ୭ ଏବଂ ୮ ତାରିଖରେ କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତି ଶରତ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି।

ଏବେ କିଛି ଦିନ ରାହୁଲ ଗାନ୍ଧିଙ୍କ କାର୍ଯ୍ୟକ୍ରମ ଓଡ଼ିଶାରେ ଚାଲିବ। ପରେ ଏଆଇସିସିର ନେତାମାନେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧି ନିଜର ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ରେ ଓଡ଼ିଶାର ୪ଟି ଜିଲ୍ଲାରେ ପଦଯାତ୍ରା କରିବେ। କିଛି ଦିନ ତଳେ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ନିଜର ଏକ୍ସ ହ୍ୟାଣ୍ଡେଲରେ ଏ ସମ୍ପର୍କରେ ସୂଚନା ଦେଇଥିଲେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *