ଆସନ୍ତା କାଲିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୦ରୁ ୨୩ ତାରିଖ ଯାଏ ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ନେଇ ସୂଚନା । ରାଜ୍ୟରେ ଝଡ ବର୍ଷା ସହ କୁଆପଥର ମାଡ ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରହି ବେଳେ ଆଗାମୀ ୨୪ ଘଣ୍ଟାରେ ୩ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। । ସେଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର । ଏହାସହ ସହ ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୨୧ ତାରିଖରେ ୭ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ,ସୁନ୍ଦରଗଡ଼, ଯାଜପୁର ଓ ଢ଼େଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ,ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ। ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ। ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। Post navigation କିଟରେ ଛାତ୍ରୀ ମୃତ୍ୟୁ ମାମଲା: ନେପାଳ କାଉନସେଲରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ଲୋୟର ପିଏମ୍ଜିରେ ଏବିଭିପିର ବିକ୍ଷୋଭ