ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆକଳନ କରିଛନ୍ତି ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ସହ ମେଘୁଆ ପାଗ ରହିବ ବୋଲି ଆକଳନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି ଯେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ତାମିଲନାଡ଼ୁ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବ। ପ୍ରଭାବରେ ଓଡ଼ିଶା ଉପରେ ଏକ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟକୁ ପ୍ରବେଶ କରିବ। ଫଳରେ ରାଜ୍ୟରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି। ସେହିପରି ଆଜି ଗଞ୍ଜାମ,ଗଜପତି,ରାୟଗଡ଼ା,ପୁରୀ,କଟକ, ଜଗତସିଂହପୁର, ମାଲକାନାଗିରି,କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । କାଲି କମିବ ବର୍ଷାର ପରିମାଣ। ବର୍ତ୍ତମାନ ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ ରୁ ୪ଡିଗ୍ରୀ ସେଲସିୟସ କମିବ। Post navigation ଚିଟଫଣ୍ଡର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧାନର ମାନ କମ୍ ଥିଲେ ବି କିଣିବେ ସରକାର: କୃଷ୍ଣଚନ୍ଦ୍ର ପାତ୍ର