କାଲିଠାରୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଡିସେମ୍ବର ୨୪ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ହାଲୁକରୁ ମଧ୍ୟମଧରଣର ବର୍ଷା ଆକଳନ କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୨୬ରୁ ୨୮ ତାରିଖ ଯାଏଁ ପାଗ ଶୁଖିଲା ରହିବ। ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢ଼ିବ।

Leave a Reply

Your email address will not be published. Required fields are marked *