ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ଫଳରେ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବ । ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି । ଚାଷ କାର୍ଯ୍ୟ ପାଇଁ ମଧ୍ୟ ପାଗ ସ୍ୱାଭାବିକ ଅଛି । ଚଳିତ ବର୍ଷ ସ୍ୱାଭାବିକଠୁ ଅଧିକ ବର୍ଷ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । Post navigation ଡାଇରିଆ ସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଓ ଆନନ୍ଦପୁର ଗସ୍ତରେ ସ୍ବାସ୍ଥ୍ୟ ମନ୍ତ୍ରୀ ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ